Fr

ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

State
  • ମୋଟ ୧୦୮ ଟି ଅଭିଯୋଗ ର ହେଲା ଶୁଣାଣୀ

ବାରିପଦା : ଆଜି ସୋମବାର ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି |

ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ ଓ ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଶ୍ରୀ ଶିବ ପ୍ରସାଦ ରଥ ପ୍ରମୁଖ ଯୋଗ ଦେଇଥିଲେ |

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ |

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୦୮ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୮ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୦ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା |
ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତ୍ୟେକଙ୍କୁ ଟ |୫୦୦୦/- ଙ୍କା ଲେଖାଏଁ ମଂଜୁର କରିଥିଲେ। ୨ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା ।ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା |