Teacher

ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ

State

ଭୁବନେଶ୍ଵର: ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର । ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । ୬୮.୫% ପିଲା ଫେଡ଼ାଣ ଓ ୪୫.୮% ପିଲା ହରଣ ଜାଣିନାହାଁନ୍ତି । ବିଧାୟକ ଚକ୍ରମଣି କହଁର ପ୍ରଶ୍ନ ରେ ଲିଖିତ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ପ୍ରତି ବର୍ଷ ଏହି ସଂଖ୍ୟା ବଢ଼ି ବଢ଼ି ଚାଲିଛି । ୨୦୧୪ରେ ୬୩.୪% ଥିବା ବେଳେ ୨୦୨୪ରେ ୬୯.୫% ଛାତ୍ରଛାତ୍ରୀ ଫେଡାଣ ଜାଣି ନ ଥିଲେ । ସେହିପରି ୨୦୧୪ରେ ୩୭.୯%  ଜାଣି ନଥିବା ବେଳେ ୨୦୨୪ରେ ୪୫.୮% ହରଣ ଜାଣି ନ ଥିଲେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ସେପଟେ ରାଜ୍ୟରେ ପିଲା ଇଞ୍ଜିନିୟରିଂ ପାଠ ପଢୁଛନ୍ତି ହେଲେ ସେମାନଙ୍କ ପାଇଁ ଚାକିରି ନାହିଁ ବୋଲି ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ୧୦ ବର୍ଷ ମଧ୍ୟରେ ଇଞ୍ଜିନିୟରିଂ ଡିଗ୍ରୀ ପଢି ୩୪ ହଜାର ୪୭୧ ପିଲା ପାସ୍ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଚାକିରି ପାଇଛନ୍ତି ମାତ୍ର ୧୫ ହଜାର ୨୮୯ ଜଣ । ସେପଟେ ଡିପ୍ଲୋମାରେ ସ୍ଥିତି ଆହୁରି ସଙ୍ଗୀନ । ଗତ ୧୦ ବର୍ଷ ମଧ୍ୟରେ ଡିପ୍ଲୋମା ପଢି ପାସ କରିଛନ୍ତି ୫୪ ହଜାର ୧୮୯ ଜଣ ପିଲା । କିନ୍ତୁ ଚାକିରି ପାଇଛନ୍ତି ମାତ୍ର ୨୦ ହଜାର ୯୬ ଜଣ । ବର୍ତ୍ତମାନ ରାଜ୍ୟରେ ୩୪ ହଜାର ୫୧ ଜଣ ଡିପ୍ଲୋମା ପଢି ବେକାର ବସିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ।