Cm Grievance Cell

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

State

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।  ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।