ଭୁବନେଶ୍ୱର,୧୯।୨ : ଆସୁଛି ବର୍ଷା | ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୦ରେ ୩ ଜିଲାକୁ ଅରେଞ୍ଜ, ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହିପରି ୨୧ରେ ୭ ଜିଲାକୁ ଅରେଞ୍ଜ, ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର ଓ କଟକକୁ ଆଲର୍ଟ କରାଯାଇଛି। ୨୨ ଓ ୨୩ ତାରିଖରେ ମଧ୍ୟ ଉତ୍ତର ଓ ଉପକୂଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
ପାଣିପାଗ ବିଭାଗ ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟାରେ ୩ ଜିଲା ଅରେଞ୍ଜ ଆଲର୍ଟ କରାଯାଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ କରାଯାଇଛି। ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ।
