ବାରିପଦା: ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ବାଵଧାନରେ ଚଳିତ ବର୍ଷ ମାର୍ଚ୍ଚ ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ମାର୍ଚ୍ଚ ମାସର ପ୍ରଥମ ସୋମବାର ତା ୦୩-୦୩-୨୦୨୫ ରିଖ ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ, ମାର୍ଚ୍ଚ ମାସର ଦ୍ୱିତୀୟ ସୋମବାର ତା ୧୦-୦୩-୨୦୨୫ ରିଖ ବାମନଘାଟି ଉପଖଣ୍ଡ ପାଇଁ ବାମନଘାଟି ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ, ରାଇରଙ୍ଗପୁର,ମାର୍ଚ୍ଚ ମାସ ତୃତୀୟ ସୋମବାର ତା ୧୭-୦୩-୨୦୨୫ ରିଖ ପାଞ୍ଚପିଢ଼ ଉପଖଣ୍ଡ ପାଇଁ କରଞ୍ଜିଆ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଏବଂ ମାର୍ଚ୍ଚ ମାସର ଚତୁର୍ଥ ସୋମବାର ତା ୨୪-୦୩-୨୦୨୫ ରିଖ କପ୍ତିପଦା ଉପଖଣ୍ଡ ପାଇଁ କପ୍ତିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ,ଉଦଳା ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ |
ବାରିପଦା ଠାରେ ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ଜିଲ୍ଲା ସ୍ତରୀୟ ଲାଇନ ବିଭାଗ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାର,ସମସ୍ତ ତହସିଲଦାର ଓ ସମସ୍ତ ସିଡିପିଓ ମାନଙ୍କ ଉପସ୍ଥିତି ରେ
ଏବଂ ଜିଲ୍ଲାର ଅନ୍ୟ ଉପଖଣ୍ଡ ମାନଙ୍କରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିରରେ ସମ୍ପୃକ୍ତ ଉପଖଣ୍ଡର ସମସ୍ତ ଉପଖଣ୍ଡ ସ୍ତରୀୟ ଅଧିକାରୀ, ସମସ୍ତ ଲାଇନ ବିଭାଗ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସମସ୍ତ ତହସିଲଦାର ଓ ସମସ୍ତ ସିଡିପିଓ ମାନଙ୍କ ଉପସ୍ଥିତି ରେ ସାଧାରଣ ଜନତା ଙ୍କ ଆପତ୍ତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ |
ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ରେ ସମ୍ପୃକ୍ତ ଉପଖଣ୍ଡ ଅଂଚଳ ର ଜନସାଧାରଣ ନିଜ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଗୁଡିକ ଉପସ୍ଥିତ ରହି ଜଣାଇ ପାରିବେ |