Ku

ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

State

ଭୁବନେଶ୍ୱର: କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ।  ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । କୌଶିକଙ୍କର ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରାଯାଇ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି ।

ପୂର୍ବରୁ  କେନ୍ଦୁଝର ଏଡିଏମ ଥିବା  ଆଲୋକ ପ୍ରଧାନଙ୍କୁ ବଦଳି କରାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି କେନ୍ଦୁଝର ଉପଜିଲ୍ଲାପାଳ ଥିବା ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା।