ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍କାଳ ଆର୍ଥିକ ସହାୟତା ଦିଆଯାଇଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନେ ଦୁଇଦିନ ଭିତରେ ‘ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି’ରୁ ସେମାନଙ୍କୁ ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ।
