Screenshot 2025 03 05 101012 750

ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

State

ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ। ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହେବ।

ରାଜ୍ୟର ୬ ହଜାର ୪୯୪ଟି ସ୍ଥାନରେ ସୁଭଦ୍ରା ରାଲିର ଆୟୋଜନ କରାଯାଇଛି। ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ପଥପ୍ରାନ୍ତ ସଭାର ମଧ୍ୟ ଆୟୋଜନ ହୋଇଛି। ଯୋଜନାକୁ ବ୍ୟାପକ କରିବାକୁ ଲକ୍ଷ୍ୟ ରହିଛି ବୋଲି ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଆଜି ୧ ଲକ୍ଷ ୭୦ ହଜାର ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ। ୮ ତାରିଖ ମହିଳା ଦିବସ ଅବସରରେ ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଦ୍ବିତୀୟ କିସ୍ତି ଟଙ୍କା ଯିବ। ମାତ୍ର ତିନି ଦିନ ଭିତରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ୧୦ ଜହାର ଟଙ୍କା। ନୂଆ ଆବେଦନକାରୀଙ୍କ ଲାଗି ମାର୍ଚ୍ଚ ୩୧ ଶେଷ ତାରିଖ ରହିଛି। ଏନେଇ ୬ ମାସରେ କୋଟିଏ ଛୁଇଁବା ସହଜ ପ୍ରକ୍ରିୟା ନୁହେଁ। ଏହା ଏକ ବଡ଼ ଉପଲବ୍ଧି ବୋଲି କହିଛନ୍ତି ଜଣେ ମହିଳା ।