ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି ।
ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଆଧାରରେ କାରଣ ଦର୍ଶାଅ ହୋଇଥିଲା । ଗତ ନଭେମ୍ବର ମାସରେ ରାଜ୍ୟ ସରକାର କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ । ଏହା ବିରୋଧରେ ଅଧ୍ୟକ୍ଷା ଓ ସଦସ୍ୟ ହାଇକୋର୍ଟ ଯାଇଥିଲେ । ହାଇକୋର୍ଟ ଆବେଦନ ଖାରଜ କରିବା ପରେ ଗୁରୁବାର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।