ଭୁବନେଶ୍ୱର – ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
