Ganjam 1 1

ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ

State

ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ ଆସିଥିଲେ । ଶୋଭାଯାତ୍ରା ସମୟରେ କୌଣସି କାରଣରୁ ଗଣ୍ଡଗୋଳ ଘଟିବାରୁ ଛୁରାମାଡ଼ ହୋଇଥିଲା ।

ଛୁରାମାଡରେ ୩ ଜଣ ଆହତ ହୋଇଥିବା ବେଳେ, ଜଣେ ଗୁରୁତର ହୋଇ ପଡିଥିଲେ । ପରେ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପୂର୍ବ ଶତ୍ରୁତାରୁ ଛୁରାମାଡ ହୋଇଥିବା ଅନୁମାନ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।