ଭୁବନେଶ୍ଵର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ଅନୁଭୂତ ହେବ ପ୍ରଚଣ୍ଡ ରୌଦ୍ରତାପ। ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବା ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ପ୍ରଚଣ୍ଡ ରୌଦ୍ର ତାପ ନେଇ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୬ ଜିଲାର ଜିଲାପାଳଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୫ ଦିନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ।
