ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।