Kc

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ: ସ୍ଥିତି ଅନୁଧ୍ୟାନ କରୁଛନ୍ତି ଉଚ୍ଚସ୍ତରୀୟ କମିଟି

State

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି।

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି ।

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ପ୍ରାୟ ୨୬ କିଲୋମିଟରରେ ମେଟ୍ରୋ ରେଳ ଚଳାଚଳ କରିବ । ଏହା ମଧ୍ୟରେ ୨୦ଟି ମେଟ୍ରୋ ରେଳ ଷ୍ଟେସନ ରହିବ ।

ମେଟ୍ରୋ ରୁଟ୍ ହେବାକୁଥିବା ଅଞ୍ଚଳ ଗସ୍ତ କରି କମିଟି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ମେଟ୍ରୋ ରୁଟ୍‌କୁ ନେଇ ବିସ୍ତୁତ ଭାବେ ତର୍ଜମା ଚାଲିଛି । ରୁଟ୍‌ ପରିବର୍ତ୍ତନ ହେବ କି ନାହିଁ, ସେ ନେଇ ଆଲୋଚନା କରାଯାଉଥିବା ମନ୍ତ୍ରୀ କହିଛନ୍ତି। ସେହିପରି ମେଟ୍ରୋ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।