Naba Das 1

ନବ ଦାସ ହତ୍ୟା ମାମଲା, କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ର ଅନୁଧ୍ୟାନ

State

ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ଚାଲିଛି କ୍ରାଇମବ୍ରାଞ୍ଚର ଖୋଳତାଡ଼ । କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ ଅନୁଧ୍ୟାନ ଆରମ୍ଭ କରିଛି । ବ୍ରଜରାଜନଗର ଗାନ୍ଧୀ ଛକରେ କ୍ରାଇମ ସ୍ପଟ୍‌ ଦେଖି ତଦନ୍ତ କରିଛି ଟିମ୍‌ । ସେପଟେ ଗତକାଲି ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ ମୀନତି, ଝିଅ ଦୀପାଳି ଏବଂ ପୁଅ ବିଶାଲ ଦାସଙ୍କୁ ତଦନ୍ତକାରୀ ଦଳ ପଚରାଉଚରା କରିଥିବାବେଳେ ମୀନତିଙ୍କୁ ୩ ଘଣ୍ଟା ପଚରା ଉଚରା କରିଛି କ୍ରାଇମ୍‌ବ୍ରାଞ୍ଚର ୨ ଜଣିଆ ଦଳ।

ସେହିପରି ଝାରସୁଗୁଡା ବିମାନ ବନ୍ଦରର କର୍ମଚାରୀଙ୍କୁ ଘଟଣାଦିନ ନବଙ୍କୁ ଭୁବନେଶ୍ବର ପଠାଯିବା ବେଳର ଘଟଣାକ୍ରମ ବିଷୟରେ ପଚାରିବା ଲାଗି ବିମାନବନ୍ଦର ନିର୍ଦେଶକଙ୍କୁ ଚିଠି ପ୍ରଦାନ କରିଛି କ୍ରାଇମ୍‌ବ୍ରାଞ୍ଚ। ସରବାହାଲସ୍ଥିତ ବାସଭବନରେ ପହଞ୍ଚି ସ୍ବର୍ଗତ ନବଙ୍କ ପତ୍ନୀ ମିନତିଙ୍କୁ ୯ଟା ୨୦ରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ପଚରାଉଚରା କରିଥିଲେ। ପାଖାପାଖି ସାଢ଼େ ୩ ଘଣ୍ଟା ଧରି ମିନତିଙ୍କ ବୟାନ ରେକର୍ଡ କରିଥିଲେ।