ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ଗୃହରେ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ । ୭୦ ବର୍ଷ ବୟସରୁ ଅଧିକ ଲୋକଙ୍କ ଲାଗି ‘ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି ବୋଲି ଶ୍ରୀ ମାଝୀ କହିଛନ୍ତି ।
ଏଥିରେ ପରିବାର ପିଛା ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାମ କରିବ । ଏହି ଯୋଜନା ଦ୍ବାରା ହିତାଧିକାରୀମାନେ କ୍ୟାସ୍ଲେସ୍ ସୁବିଧା ପାଇପାରିବେ । ଏହାସହ ସରକାର ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ଦେଇଛନ୍ତି। ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।