Img 20250323 Wa0174

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ପ୍ରାଣୀବିଜ୍ଞାନ ବିଭାଗରେ ଶିକ୍ଷକ ଅଭିଭାବକ ସାକ୍ଷାତକାର

State

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗରେ ଶିକ୍ଷକ ଅଭିଭାବକ ସାକ୍ଷାତକାର ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ହେମନ୍ତ କୁମାର ସାହୁ ସଭାପତିତ୍ୱ କରିଥିଲେ । ଏହି ବୈଠକରେ ବିଶ୍ୱବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରସ୍ତାବ ମାନ ଆଗତ ଓ ଗୃହୀତ ହୋଇଥିଲା ।

ଏହି ବୈଠକରେ ବିଭାଗୀୟ ପ୍ରଫେସର ଡ. ପୁଷ୍ପାଞ୍ଜଳି ପରିଡ଼ା ପ୍ରାଣୀବିଜ୍ଞାନ ବିଭାଗର ପାଠ୍ୟକ୍ରମ ବିଷୟରେ ଏବଂ ସହକାରୀ ପ୍ରଫେସର ଡ. କୁକୁ ମହାପାତ୍ର ଗବେଷଣା ବିଷୟରେ ତଥ୍ୟ ରଖିବା ସହ ବିଭାଗର ଅନ୍ୟାନ୍ୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ଶେଷରେ ସହକାରୀ ପ୍ରଫେସର ଡ. ଗାର୍ଗୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସାୟେଦା ଫୌଜିଆ ମାନୱାର ଓ ଜ୍ୟୋତିପ୍ରଜ୍ଞା ମାଝୀ ପ୍ରମୁଖ ସହଯୋଗ କରିଥିଲେ । ଏହି ବୈଠକରେ ବହୁ ଅଭିଭାବକ ଉପସ୍ଥିତ ଥିଲେ ।