Chse 1

ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

State

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି । ପ୍ରଥମ ପର୍ଯ୍ୟାୟ ଖାତା ଏପ୍ରିଲ ୨ରୁ ୧୪ ଯାଏଁ ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । ଏଥିଲାଗି ୭୮ ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି ।

୧୬ହଜାର ଅଧ୍ୟାପକ ଖାତା ମୂଲ୍ୟାଙ୍କନ କରିବେ । ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ଅଧ୍ୟାପକଙ୍କୁ ନିୟୋଜିତ କରାଯାଇଛି । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡ଼ିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଓ ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ଟି ଖାତା ଦେଖିପାରିବେ ଶିକ୍ଷକ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।