ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା କରାଯିବ । ଆସନ୍ତା ଏପ୍ରିଲ ୧୪ ତାରିଖ ପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବ ବୋଲି କହିଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ।
ତେବେ ପ୍ରଥମେ ବିଜେପି ରାଷ୍ଟ୍ରୀୟ ସଭାପତିଙ୍କ ନାଁ ଘୋଷଣା ହେବ । ଏହାପରେ ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହେବ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପାର୍ଟି ନିଶ୍ଚିତ କରି ନାହିଁ ଯେ କିଏ ହେବେ ରାଜ୍ୟର ନୂତନ ବିଜେପି ସଭାପତି । ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦ୍ଦେଶ ଆସିନାହିଁ ।