ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ୍ । ଆଜିଠୁ ୩ ଦିନ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, ବରଗଡ଼, ବୌଦ୍ଧ,ସୋନପୁର, ବଲାଙ୍ଗିର, ନୂଆପଡ଼ାକୁ ଆଲର୍ଟ କରାଯାଇଛି ।
ସେହିପରି କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଡ଼ଘଡ଼ି ବର୍ଷା ସହ କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଆସନ୍ତାକାଲି ଓ ୪ରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ । ଏପ୍ରିଲ ୪ରେ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।
ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆସନ୍ତାକାଲି ପାଇଁ ୯ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୪ ତାରିଖ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ୫ ତାରିଖ ପରେ ପୁଣି ପାଗରେ ପରିବର୍ତ୍ତନ ହେବ ।