ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି ।
ସପ୍ତାହ ଶେଷ ଆଡ଼କୁ ବଙ୍ଗୋପସାଗରରେ ଲଘୁଚାପ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ମଧ୍ୟ ପୂର୍ବାନୁମାନ କରିଛନ୍ତି । ବଙ୍ଗୋପ ସାଗରର ତଥା ପଶ୍ଚିମ ଆଣ୍ଡାମାନ ଦ୍ବୀପପୁଞ୍ଜ ନିକଟବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡିଶାରେ ହେବ।
ଏପରିକି ଛତିଶଗଡ, କର୍ଣ୍ଣାଟକ, କେରଳ ଓ ତାମିଲନାଡୁ ସହ ଶ୍ରୀଲଙ୍କାରେ ଲଘୁଚାପ ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି। ଯାହାଫଳରେ ତାତିରୁ ମିଳିବ ଆଶ୍ବସ୍ତି । ୮ ତାରିଖରୁ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ହୋଇପାରେ । ୮ ତାରିଖରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।