Review

ହନୁମାନ ଜୟନ୍ତୀ: ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ, ନଜର ରଖିବ ସିସିଟିଭି

State

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ପାଳନ ହେବ ହନୁମାନ ଜୟନ୍ତୀ। ଏଥି ପାଇଁ ଓଡ଼ିଶା ପୁଲିସ ପ୍ରସ୍ତୁତ ରହିଛି। ଆଇନଶୃଙ୍ଖଳା ଦାୟିତ୍ୱରେ ରହିବ ୨୦୦ ପ୍ଲାଟୁନ ଫୋର୍ସ। ସାରା ଓଡ଼ିଶାରେ ଅପରାଧ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଜାରି ରହିଛି। ୬୫୦ ସିସିଟିଭି ଓ ୪୦ ଟି ଡ୍ରୋନ୍‌ ସାହାଯ୍ୟରେ ଆଇନଶୃଙ୍ଖଳାକୁ ମନିଟର କରାଯାଉଛି।

ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା  ସୋମବାର ପାଳନ ହେବାକୁ ଯାଉଥିବା ହନୁମାନ ଜୟନ୍ତୀକୁ ଶୃଙ୍ଖଳିତ ଭାବେ ପାଳନ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସମ୍ବେଦନଶୀଳ ଜିଲା ଗୁଡିକରେ ପୁଲିସ ପକ୍ଷରୁ ବ୍ୟାପକ ପୁଲିସ ଫୋର୍ସ ମୃତୟନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସଦାସର୍ବଦା ସତର୍କତା ଏବଂ ଯେକୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥିନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ।

ବିଶେଷକରି ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ପ୍ରଘଟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ସମ୍ବଲପୁରରେ ବଡ଼ବଡ଼ ଏଲ୍‌ଇଡି ଓ ଡ୍ରୋନ୍‌ ସାହାଯ୍ୟରେ ନିରୀକ୍ଷଣ କରାଯାଉଛି। ସାଦା ପୋଷାକରେ ପାଇଁତରା ମାରିଥିବା ପୁଲିସ କର୍ମଚାରୀଙ୍କୁ ମୋବାଇଲ ଭେଇକିଲ ଦିଆଯାଇଛି। ପ୍ରତେକ ଜିଲ୍ଲାରେ ଅତ୍ୟାଧୁନିକ କଣ୍ଟ୍ରୋଲ ରୁମ ରହିଛି। ଜିଲ୍ଲାପାଳ ଓ ଏସପିଙ୍କ ସହ ଶାନ୍ତି କମିଟି ମିଟିଂ ସରିଛି। ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ଅଧିକ ଫୋର୍ସ ମୁତୟନ କରାଯାଇଛି। ଧାର୍ମିକ ସ୍ଥଳଗୁଡ଼ିକରେ ପୁଲିସ ଦ୍ୱାରା ପିକେଟିଂ ଜାରି ରହିଛି। ସମ୍ବେଦନଶୀଳ ସ୍ଥାନରେ କାର୍ଯ୍ୟକାରି ମାଜିଷ୍ଟ୍ରେଟ୍‌ ଉପସ୍ଥିତ ରହିବେ। କାଳବୈଶାଖୀ ଓ ହିଟ ୱେବ ପାଇଁ ବନ୍ଦୋବସ୍ତ କରାଯାଇଛି।

ସମ୍ବଲପୁରରେ ବଡ଼ବଡ଼ ଏଲ୍‌ଇଡି ଓ ଡ୍ରୋନ୍‌ ସାହାଯ୍ୟରେ ନିରୀକ୍ଷଣ କରାଯାଉଛି। ସାଦା ପୋଷାକରେ ପାଇଁତରା ମାରିଥିବା ପୁଲିସ କର୍ମଚାରୀଙ୍କୁ ମୋବାଇଲ ଭେଇକିଲ ଦିଆଯାଇଛି। ପ୍ରତେକ ଜିଲ୍ଲାରେ ଅତ୍ୟାଧୁନିକ କଣ୍ଟ୍ରୋଲ ରୁମ ରହିଛି। ଜିଲ୍ଲାପାଳ ଓ ଏସପିଙ୍କ ସହ ଶାନ୍ତି କମିଟି ମିଟିଂ ସରିଛି। ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ଅଧିକ ଫୋର୍ସ ମୁତୟନ କରାଯାଇଛି।

ଏଡିଜି (ଲ ଆଣ୍ଡ ଅର୍ଡର) ସଂଜୟ କୁମାର କହିଛନ୍ତି, ଦେଶୀ ମଦ କାରବାର ଓ ନିଶା ବେପାରୀଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। ସୋସିଆଲ ମିଡିଆରେ ଗୁଜବ କରି ଜାତିଆଣ ମନ୍ତବ୍ୟ ଦେଉଥିବା ଗୁଜବକାରୀଙ୍କ ଉପରେ ନଜର ରଖିବା ପାଇଁ ସ୍ପେଶାଲ ସାଇବର ଟିମ ଗଠନ ହୋଇଛି। ବି.ଆର.ଆମ୍ବେଦକର ଜୟନ୍ତୀ ମଧ୍ୟ ଆସନ୍ତାକାଲି ଥିବାରୁ ନିଜେ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଛନ୍ତି ଡିଜିପି ବୋଲି ଏଡିଜିପି ଲ’ ଆଣ୍ଡ ଅର୍ଡର ସଞ୍ଜୟ କୁମାର ସୂଚନା ଦେଇଛନ୍ତି।

ଏହି ବୈଠକରେ  ଅତିରିକ୍ତ ମୁଖ୍ୟ ଶାସନ ସଚିବ  ସତ୍ୟବ୍ରତ ସାହୁ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା)  ସଞ୍ଜୟ କୁମାର, ଆଇଜି( ଗୁଇନ୍ଦା)  ଜୟ ନାରାୟଣ ପଙ୍କଜ, ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ  ଆର୍ ପି କୋଚେ,  ସମସ୍ତ ରେଞ୍ଜର ଆଇଜି, ଡିଆଇଜି, ସମସ୍ତ ଜିଲାର ଜିଲାପାଳ ଓ ଏସପି ପ୍ରମୁଖ ଆଭାସୀ ମାଧ୍ୟମରେ ଅଂଶଗ୍ରହଣ କରିଥିଲେ।