ଭୁବନେଶ୍ବର: ତାତିରୁ ମିଳିବ ଆଶ୍ବସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଜରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବବା ବେଳେ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଥିବା ସତର୍କ କରାଇଛି ପାଣିପାଗ ବିଭାଗ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଏହି ସମୟରେ ପବନର ବେଗ ମଧ୍ୟ ୩୦ରୁ ୪୦ ଡିଗ୍ରୀ ରହିବ । ସେହିପରି ଆସନ୍ତା ୯ ତାରିଖ ଦିନ ୧୯ […]
Read More Text.