IMG 20260114 WA0004

 ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ରାଜ୍ୟ
ବାରିପଦା : ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି|ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ,  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯଦୁନାଥ ଜେନା ଓ  ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବୀରେନ୍ଦ୍ର କୁମାର ସେନାପତି ପ୍ରମୁଖ ଯୋଗ ଦେଇଥିଲେ|
ପ୍ରାରମ୍ଭ ରେ ଅତିରିକ୍ତ ଜିଲ୍ଲାପାଳ  ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ|ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୦ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୭୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୭ଟି  ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା|ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ |ହୋଇଥିଲା।
ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ  ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ| ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।
Shrutilipi ad