IMG 20260302 WA0220

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣି ଶିବିର 

ରାଜ୍ୟ
  • ମୋଟ ୧୮୦ଟି ଅଭିଯୋଗର ହେଲା ଶୁଣାଣି 
ବାରିପଦା: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି । ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକାରୀ ଶ୍ରୀ ବରୁଣ ଗୁଣ୍ଠୁପାଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ, ଅନ୍ୟତମ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ ଓ  ଶ୍ରୀ ଇଶ୍ୱର ଚନ୍ଦ୍ର ନାୟକ, ଉପ-ଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ଏଡିଏମ୍ଓ ଶ୍ରୀ ବିଜୟ କୁମାର ଦାଶ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।
ଆଜିର ଶୁଣାଣିରେ  ସର୍ବମୋଟ ୧୮୦ ଗୋଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଉକ୍ତ ୧୮୦ଗୋଟି ଅଭିଯୋଗ ମଧ୍ୟରୁ ୧୫୨ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ ୨୮ଗୋଟି ସାମୁହିକ ସମସ୍ୟା ସମ୍ବଳିତ  ବିଷୟ ଉପରେ  ଆଧାରିତ ଥିଲା।
ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ ନିର୍ଦେଶ ଦେଇଥିଲେ। ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀଗଣ ସହଯୋଗ କରିଥିଲେ।
Shrutilipi ad