Puri 4

ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ରାଜ୍ୟ

ପୁରୀ ୨୩।୦୭ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଗୁରୁବାର ଶ୍ରୀମନ୍ଦିରେ ପାଞ୍ଚ ଘଣ୍ଟା ବନ୍ଦ ରହିବ ଦର୍ଶନ।‌ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି ଯୋଗୁ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ନୀତି ଅନୁଷ୍ଠିତ ହେବ।‌ ଆପାତତଃ ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।

Shrutilipi ad