ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବିଜୟା ଦଶମୀ ଅବସରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ (ବଡ଼ଗଡ଼ ଥାନା), ଗୋପାଳପୁର (ଇନ୍ଫୋ-ଭ୍ୟାଲି ଥାନା), କିଟ୍ସ ରୋଡ଼ (ଇନ୍ଫୋସିଟି ଥାନା) ଓ ଫୁଟବଲ ଗ୍ରାଉଣ୍ଡ (କପିଳାପ୍ରସାଦ ଏୟାରଫିଲ୍ଡ ଥାନା)ରେ ରାବଣ ଦହନ ହେବ ।

