Photo for the news of abasara karmachari sangha

ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକୋତ୍ସବ

ରାଜ୍ୟ

ବନ୍ତ/ଆଗରପଡ଼ା: ଆଗରପଡ଼ା ଆଂଚଳିକ ଅବସରପ୍ରାପ୍ତ କର୍ମଚାରୀ ସଂଘ ବାର୍ଷିକ ଉତ୍ସବ,ପ୍ରତିଷ୍ଠା ଦିବସ ଓ ଡ.ହରେକୃଷ୍ଣ ମହତାବଙ୍କ ୪୦ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ସଂଘ ସଭାପତି ରାମଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ସଂଜୀବ ମଲ୍ଲିକ, ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ପୁରୁଷଣ୍ଢ ସେବା ସମବାୟ ସମିତି ସଭାପତି ପ୍ରଶାନ୍ତ ଦାଶ,ପୁରୁଷଣ୍ଢ ପଂଚାୟତ ସରପଂଚ ପ୍ରକାଶ ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଡାଏଟ ଅଧ୍ୟକ୍ଷ ଡ. କାର୍ତ୍ତିକେଶ୍ୱର ରାଉଳ ଯୋଗ ଦେଇ ନିଜ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ସଂଘର ବରିଷ୍ଠ ସଦସ୍ୟ ସନାତନ ପଲେଇ ଓ ହରମୋହନ ପଣ୍ଡାଙ୍କୁ ଉତ୍ତରୀୟ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସେହିପରି ୨୦୨୫ ମସିହା ପ୍ରାଥମିକ ଓ ମ।।ଧ୍ୟମିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ୧୦ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ଅର୍ଥରାଶି ପ୍ରଦାନ କରାଯାଇଥିଲା । ସଂଘ ସଭାପତି ରାମଚନ୍ଦ୍ର ନାୟକ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂପାଦକ ରବିନ୍ଦ୍ର ଆଇଚ ସଂପାଦକୀୟ ବିବରଣୀ ପାଠ କରିଥିଲେ ଏବଂ କାର୍ଯ୍ୟକାରୀ ସଭାପତି ଗୋବିନ୍ଦ ଚନ୍ଦ୍ର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ଉତ୍ସବରେ ଶତାଧିକ ସଭ୍ୟ ଉପସ୍ଥିତ ଥିଲେ ।

Shrutilipi ad