ବାରିପଦା : ଷ୍ଟେସନ ଆଥେଲେଟିକ ଆସୋସିଏସନ୍ , ଷ୍ଟେସନ ବଜାର, ବାରିପଦା ଆନୁକୁଲ୍ୟରେ ଆୟୋଜିତ ଏକାଦଶ ବାର୍ଷିକ ରୟାଲ୍ସ୍ ପ୍ରିମୀୟର ଲିଗର ୮ମ ଦିନରେ ୩ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା I ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କ୍ରୀଡା ସଂଗଠକ ସୌମ୍ୟ ସ୍ୱରୂପ ମହାପାତ୍ର ଯୋଗଦେଇ ଆଜିର ଖେଳକୁ ଉଦଘାଟନ କରିବା ସହ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଲିଗର ସଭାପତି ସଞ୍ଜୀବ ଦ୍ବିବେଦୀ, ଷ୍ଟେସନ ଏଥଲେଟିକ ଏସୋସିଏସନର ଉପ ସଭାପତି ଆଦିତ୍ୟ ଦଣ୍ଡପାଟ, କ୍ରିକେଟ ସମ୍ପାଦକ ରାମେଶ୍ବର ମାଝୀ ଓ ବରିଷ୍ଠ ସଦସ୍ୟ ପୱନ କୁମାର ଅଗ୍ରୱାଲ ଏବଂ କ୍ଲବର ସଦସ୍ୟ ମାନେ ଉପସ୍ଥିତ ଥିଲେ I ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ପରି ଚାଲେଞ୍ଜର ୩୪ ରନରେ ଆଞ୍ଜେଲ ରଣା ଦଳକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି I ଶୁଭେନ୍ଦୁ ଦାସ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ଏଲିମିନେଟର ମ୍ୟାଚରେ ଭି ରୋର ୭ ଉଇକେଟରେ ମା ତାରିଣୀ ୱରିୟାର୍ସ ଦଳକୁ ପରାସ୍ତ କରିଥିଲା I ଆଦିତ୍ୟ ବସା ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ୨ୟ କ୍ୱାଲିଫାୟାର ମ୍ୟାଚରେ ଭି ରୋର ୭ ଉଇକେଟରେ ଆଞ୍ଜେଲ ରଣା ଦଳକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି I ଆଦିତ୍ୟ ବସା ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ଲକ୍ଷ୍ମୀଧର ସିଂ, ପ୍ରସନ୍ନଜିତ ମହାନ୍ତି, ଅବିନାଶ କଲିଆ ଓ ତାପସ ଦେ ଖେଳ ପରିଚାଳନା କରିଥିବା ବେଳେ ସ୍କୋରିଙ୍ଗରେ ବିଭୁ ଓ ମ୍ୟାଚ ରେଫେରୀ ଭାବେ ରାଜେଶ ସାହୁ ସହଯୋଗ କରିଥିଲେ I ପଙ୍କଜ ମହାକୁଡ଼ ଧାରା ବିବରଣୀ ପ୍ରଦାନ କରିଥିଲେ I ଆସନ୍ତା କାଲି ଭି ରୋର ଓ ପରି ଚାଲେଞ୍ଜର ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ I

