ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା

ରାଜ୍ୟ

ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜପା ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।

୨୮ ତାରିଖ ଅର୍ଥାତ ଶୁକ୍ରବାର ପ୍ରଥମଥର ପାଇଁ ପୁରୀରେ ଆୟୋଜନ ହେଉଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ସେ ଯୋଗଦେବେ। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସିଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କୋଣାର୍କ ଯାଇ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

Shrutilipi ad