କଟକ-ଭୁବନେଶ୍ବରରେ ପ୍ରବଳ ବର୍ଷା : ଆଗାମୀ ୪/୫ ଦିନ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ

ରାଜ୍ୟ

ଭୁବନେଶ୍ବର ୧୫।୪: ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା। କାଳବୈଶାଖୀ ରଚିଲା ତାଣ୍ଡବ। ଭୁବନେଶ୍ବର ଓ କଟକରେ ବର୍ଷା ସାଙ୍ଗକୁ ପବନ ହୋଇଛି। ସକାଳୁ ଖରା ପରେ ଅପରାହ୍ନ ନିର୍ଧୁମ ବର୍ଷା।

ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ। ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ବର୍ଷା ହୋଇଛି।

ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ପ୍ରାୟ ୫ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Shrutilipi ad