Img 20250520 wa0237

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୪ର୍ଥ ଦିନର ଖେଳ (ଟିମ – ସି ୧୦ ଉଇକେଟରେ ବିଜୟୀ)

ଖେଳ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ସି, ଟିମ – ଏ କୁ ୧୦ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଟିମ- ଏ ୧୧. ୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୩୯ ରନ ସଂଗ୍ରହ କରିଥିଲେ I ଗମ୍ଭୀର ପିଙ୍ଗୁଆ ୫ ଟି ଉଇକେଟ ଅକ୍ତିଆର କରିବା ସହ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ଉତ୍ତରରେ ଟିମ – ସି ୫. ୫ ଓଭରରେ କୌଣସି ଉଇକେଟ ନ ହରାଇ ୪୨ ରନ କରି ବିଜୟ ଲକ୍ଷ୍ୟ ହାସଲ କରିଥିଲେ I ଦଳ ପକ୍ଷରୁ ବିଶ୍ୱ ପ୍ରକାଶ ସାହୁ ଓ କେଶବ ପାତ୍ର ୧୮ ରନ ଲେଖାଏଁ ସଂଗ୍ରହ କରିଥିଲେ I ଆଇନଜୀବୀ ତଥା ସମାଜସେବୀ ସଂଜୀବ ମହାନ୍ତି, ପୂର୍ବତନ ଜିଲ୍ଲା କ୍ରୀଡା ଅଧିକାରୀ ପ୍ରଦୀପ କୁମାର ବେହେରା, ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ସହ ସମ୍ପାଦକ ବୈଦ୍ୟନାଥ ରଥ, ଅଶୋକ ପଟ୍ଟନାୟକ ଓ ଅମ୍ବିକା ରାଉତ ପ୍ରମୁଖ ଉପସ୍ଥିତ ରହି ଯୁବ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଅମିତାଭ ପଟ୍ଟନାୟକ ଓ ସୁଶାନ୍ତ ମହାନ୍ତି ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ କୁମାର ମହାରଣା ସ୍କୋରିଂରେ ସହାୟତା ପ୍ରଦାନ କରିଥିଲେ I ଆସନ୍ତା କାଲି ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଇ ଏବଂ ଟିମ – ବି ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କ୍ରିକେଟ ସମ୍ପାଦକ ହରପ୍ରସାଦ ପାତ୍ର ଜଣାଇଛନ୍ତି I

Shrutilipi ad