Gop

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ହସ୍ତକ୍ଷେପ କଲା ଏନସିଡବ୍ଲ୍ୟୁ

ରାଜ୍ୟ

ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ଘଟଣାରେ ୧୦ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ, ଏଥିରେ ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି । ଜାତୀୟ ମହିଳା କମିଶନ ମାମଲାରେ ଉଦବେଗ ପ୍ରକାଶ କରିବା ସହ ନିଜ ଆଡୁ ଏକ ମାମଲା ରୁଜୁ କରିଛନ୍ତି ।

ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲା ସହିତ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି କରାଯାଇଛି । ପୀଡିତାଙ୍କୁ ଠିକ୍‌ ସମୟରେ ନ୍ୟାୟ ଦିଆଯାଉ, ମାଗଣା ଚିକିତ୍ସା ଓ ମାନସିକ ସହଯୋଗ କରାଯିବା ସହ ଆସନ୍ତା ୩ ଦିନ ଭିତରେ କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଜଣେ ଯୁବତୀ ଗତକାଲି ଅପରାହ୍ନରେ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଯାଇଥିଲେ। ସନ୍ଧ୍ୟାବେଳେ କିଛି ଯୁବକ ଉଭୟଙ୍କୁ ନିଛାଟିଆ ସ୍ଥାନରେ ବସିଥିବା ଦେଖି ଅସଦାଚରଣ କରିଥିଲେ। ଆଉ ଏହା ପରେ ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିଲେ। ଏନେଇ ଯୁବତୀ ଏବଂ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇବା ସହ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା।

Shrutilipi ad