Whatsapp imag 2025 06 25 20 08 51

ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’

ରାଜ୍ୟ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଯୋଗ ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଏହି ବୈଠକରେ ରାଉରକେଲା ଉସ୍ପାତ୍ କାରଖାନାର ସମ୍ପ୍ରସାରଣ ନେଇ ଥିବା ପ୍ରତିବନ୍ଧକ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା। କାରଖାନାର ସମ୍ପ୍ରସାରଣ ନେଇ ଥିବା ପ୍ରତିବନ୍ଧକଗୁଡ଼ିକୁ ଦୂର କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଥିଲେ, ଯେଉଁ ପ୍ରସ୍ତାବକୁ କେନ୍ଦ୍ର ଇସ୍ପାତ୍ ମନ୍ତ୍ରୀ ଗ୍ରହଣ କରିଛନ୍ତି।
ଭାରତର ଇସ୍ପାତ୍ କ୍ଷେତ୍ର ଏବଂ ପୂର୍ବ ଭାରତ ବିଶେଷ ଭାବରେ ଓଡ଼ିଶାର ଶିଳ୍ପ, ସାମାଜିକ-ଆର୍ଥିକ ବିକାଶ ପାଇଁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଗୁରୁତ୍ୱପୂର୍ଣ୍ଣ। ଏହି ସମ୍ପ୍ରସାରଣ ଇତ୍ସାତ ଉତ୍ପାଦନର କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱ ବଜାରରେ ଭାରତର ସ୍ଥିତିକୁ ସଶକ୍ତ କରିବ, ଷ୍ଟିଲ୍ କ୍ଷେତ୍ରରେ ଆମଦାନୀ ହ୍ରାସ କରିବା ସହ ପ୍ରମୁଖ ଶିଳ୍ପ କ୍ଷେତ୍ରର ଆବଶ୍ୟକତାକୁ ପୂରଣ କରିବ।
ଏଥିପାଇଁ ବିଭାଗୀୟ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତର ଇସ୍ପାତ୍ କ୍ଷେତ୍ର ଏବଂ ପୂର୍ବ ଭାରତ ବିଶେଷ ଭାବରେ ଓଡ଼ିଶାର ଶିଳ୍ପ, ସାମାଜିକ-ଆର୍ଥିକ ବିକାଶ ପାଇଁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଗୁରୁତ୍ୱପୂର୍ଣ୍ଣ। ଏହି ସମ୍ପ୍ରସାରଣ ଇତ୍ସାତ ଉତ୍ପାଦନର କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱ ବଜାରରେ ଭାରତର ସ୍ଥିତିକୁ ସଶକ୍ତ କରିବ, ଷ୍ଟିଲ୍ କ୍ଷେତ୍ରରେ ଆମଦାନୀ ହ୍ରାସ କରିବା ସହ ପ୍ରମୁଖ ଶିଳ୍ପ କ୍ଷେତ୍ରର ଆବଶ୍ୟକତାକୁ ପୂରଣ କରିବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବୋଦୟ କଳ୍ପନାରେ ଓଡ଼ିଶାର ଅର୍ଥନୀତି ଅଭିବୃଦ୍ଧିକୁ ଆଗେଇ ନେବା ସହ ଇସ୍ପାତ୍ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଏକ ବୃହତ ରୋଜଗାର ସୁଯୋଗ ସୃଷ୍ଟି କରିବ। ଓଡ଼ିଶାରେ ଇସ୍ପାତ୍ କ୍ଷେତ୍ର ପ୍ରତି ଥିବା କେନ୍ଦ୍ର ଇସ୍ପାତ୍ ମନ୍ତ୍ରୀଙ୍କର ପ୍ରତିବଦ୍ଧତାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ।

Shrutilipi ad