Fe55bcc0 3955 4209 a25b eb5671cfb915 768x433

ଯାଜପୁର: NH -୧୬ରେ ଓଲଟିଲା ବସ୍‌; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ରାଜ୍ୟ

ଯାଜପୁର : ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍‌ଟି କଟକରୁ ବରୀ ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ଯାତ୍ରୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମଧୁବନ ଏବଂ ଧର୍ମଶାଳା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ଅନୁସନ୍ଧାନ ଆରମ୍ଭ କରିଛି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଯେ ବସ୍‌ଟି ଭାରସାମ୍ୟ ହରାଇବା ଯୋଗୁଁ ଏହି ଅଘଟଣ ଘଟିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ବେଳେ ପୋଲିସ ଏହାର ତଦନ୍ତ ଜାରି ରଖିଛି।

Shrutilipi ad