13e3752d c632 469e 834d 3aff7e44

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ: ସଫଳ ରୂପରେ କାର୍ଯ୍ୟାନ୍ବିତ ପାଇଁ ଆଲୋଚନା

ରାଜ୍ୟ

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି।

‘ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ ସେବାରେ ଆଣିବ ନୂତନ ରୂପାନ୍ତରଣ। ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପଟି ସମ୍ପୂର୍ଣ୍ଣ ଭାବରେ ସଫଳ ରୂପରେ କାର୍ଯ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ୱୟ ହେବ,ତାହା ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି।
ଏହି ବୈଠକରେ ମାନ୍ୟବର ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଗଣ ଉପସ୍ଥିତ ଥିଲେ।

Shrutilipi ad