Amr

ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା

ରାଜ୍ୟ

ଭୁବନେଶ୍ବର: ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା । ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଆଜି ବାଲେଶ୍ବରର ନୀଳଗିରିରୁ ଅମରେଶ ଜେନାଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ପୂର୍ବରୁ ଗତକାଲି ତାଙ୍କ ୬ ସହଯୋଗୀଙ୍କୁ ପୋଲିସ୍ ଗିରଫ କରିଥିବା ବେଳେ ଅମରେଶ ଫେରାର ଥିଲେ । ଏହାରି ଭିତରେ ଆଜି ତାଙ୍କୁ ବାଲେଶ୍ବରରୁ ଗିରଫ କରିଛି ପୋଲିସ୍ ।

ତେବେ କହିରଖୁଛୁ, କର୍ପୋରେଟର୍‌ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବାର ସଙ୍ଗୀନ ଅଭିଯୋଗ ଆସିଛି । ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଛନ୍ତି। ଏନେଇ ଲକ୍ଷ୍ମୀସାଗର ଥାନା ପୋଲିସ କେସ୍‌ ନଂ-୩୯୪ରେ ବିଏନ୍‌ଏସ୍‌ ଦଫା ୬୪(୨)(ଏମ), ୮୯, ୨୯୬, ୩୫୧(୨) ଓ ପୋକ୍‌ସୋ ଆକ୍ଟ-୨୦୧୨ର ଧାରାର ୬ରେ ମାମଲା ରୁଜୁ କରିଛି। ପୋଲିସ ମାମଲା ରୁଜୁ ପରେ ଯୁବତୀଙ୍କ ଡାକ୍ତରୀ ମାଇନା କରାଇବା ସହ ବିଏନ୍‌ଏସ୍‌ଏସ୍‌ ଦଫା-୧୮୩ରେ ଯୁବତୀଙ୍କ ବୟାନ ରେକର୍ଡ କରିଛି ।

ଯୁବତୀ ଜଣଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଗତ ୨୦୨୩ ମସିହାରେ ସେ ୧୭ ବର୍ଷ ବୟସର ହୋଇଥିବା ‌ବେଳେ ଏକ ରଜ ଉତ୍ସବ କାର୍ଯ୍ୟକ୍ରମରେ ତାଙ୍କର କର୍ପୋରେଟର୍‌ ବାୟାଁଙ୍କ ସହ ସାକ୍ଷାତ ହୋଇଥିଲା। ପରସ୍ପର ପରିଚିତ ହେବା ପରେ ବାୟାଁ ତାଙ୍କୁ ଏକ ମୋବାଇଲ୍‌ ଉପହାର ଦେଇଥିଲେ। କିଛିଦିନ କଥାବାର୍ତ୍ତା ପରେ ବାୟାଁ ଭଲପାଉଥିବା କହିଥିଲେ। ବାରମ୍ବାର ପ୍ରେମ ନିବେଦନ ପରେ ନାବାଳିକା ତାଙ୍କ ପ୍ରସ୍ତାବରେ ରାଜି ହୋଇଥିଲେ। ଏହାପରେ ବାୟାଁ ତାଙ୍କୁ ପୁରୀକୁ ନେଇ ସେଠାରେ ଜଣେ ସାଙ୍ଗଙ୍କ ଘରେ ରଖି ଶାରୀରିକ ସମ୍ପର୍କ ରଖିଥିଲେ। ଏହାପରେ ବିଭିନ୍ନ ସମୟରେ ବୁଲାବୁଲି କରିବା ସହ ଉଭୟ ସମ୍ପର୍କ ରଖିଥିଲେ। ଗତ ୨୦୨୪ ମସିହା ଫେବୃଆରି ମାସରେ ସେ ଦୁଇମାସର ଗର୍ଭବତୀ ଥିବା ଜଣାଇବା ପରେ ବାୟାଁ ଚତୁରତାର ସହ ତାଙ୍କ ଗର୍ଭ ନଷ୍ଟ କରିଥିଲେ। ସେ କହିଥିଲେ ଯେ ମୋର ପତ୍ନୀଙ୍କ ସହ ଠିକ୍‌ ଚାଲିନାହିଁ। ମୁଁ କିଛି ମାସ ମଧ୍ୟରେ ଛାଡ଼ପତ୍ର ଦେବି। ତେଣୁ ତୁମେ ଗର୍ଭ ନଷ୍ଟ କରିଦିଅ। ଛାଡ଼ପତ୍ର ପରେ ଆମେ ବିବାହ କରିବା। ଏହାପରେ ଯୁବତୀ ଗର୍ଭ ନଷ୍ଟ କରିଥିଲେ। ଗର୍ଭ ନଷ୍ଟ ପରେ ମଧ୍ୟ ଉଭୟ ପୂର୍ବ ଭଳି ବିଭିନ୍ନ ସ୍ଥାନକୁ ଯାଇ ସମ୍ପର୍କ ରଖିଥିଲେ। ତେବେ ଗତ ଏପ୍ରିଲ୍‌ ମାସରେ ବାୟାଁ ଯୁବତୀଙ୍କୁ ନିଜ କାର୍‌ରେ ନେଇ ହଠାତ୍‌ ତାଙ୍କଠାରୁ ମୋବାଇଲ୍‌ ଛଡ଼ାଇ ନେଇଥିଲେ। ଆଉ ଦୂରେଇ ରହିବାକୁ କହିଥିଲେ। ଉଭୟଙ୍କ ଭିତରେ ଥିବା ସମ୍ପର୍କ ଓ ଘଟଣା ବି‌ଷୟରେ କାହାକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ।

Shrutilipi ad