Saturday, March 07, 2026
Cm

ରାଜ୍ୟ ଅର୍ଥ ଆୟୋଗ ଦେଲେ ଅନ୍ତରୀଣ ରିପୋର୍ଟ: ଷୋଡ଼ଶ ଅର୍ଥ ଆୟୋଗଙ୍କୁ ପଠାଯିବ

ରାଜ୍ୟ

ଭୁବନେଶ୍ବର: ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ବାଧୀନ ଦଳ ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ସୁପାରିସ ସମ୍ପର୍କରେ ଅବଗତ କରିଥିଲେ। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଗଠନ କରିଥିବା ଷୋଡ଼ଶ ଅର୍ଥ ଆୟୋଗଙ୍କ ବିଚାର ନିମନ୍ତେ ପ୍ରେରଣ କରାଯିବ। ଆଜିର ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା,  ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ସଚିବ ସଂଜୀବ କୁମାର ମିଶ୍ର, ପଞ୍ଚାୟତିରାଜ ନିର୍ଦ୍ଦେଶକ ବିନୀତ ଭରଦ୍ୱାଜ ପ୍ରମୁଖ ଉପସ୍ଥିତ ଥିଲେ।

Shrutilipi ad