ବାରିପଦା : ଆଜି ଏକ ଦୁଷ୍କର୍ମ ଅଭିଯୋଗ ସଂକ୍ରାନ୍ତ ଏକ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ନିର୍ବିଲା ଗ୍ରାମ ର ରାଉତା ପୂର୍ତ୍ତି (57) କୁ ଦଫା 6 ଅଫ ପୋକ୍ସ ଆକ୍ଟ ଅନୁଯାୟୀ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଦଶ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଛଅ ମାସ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି l ଆଦାୟ ଜୋରିମାନା ଅର୍ଥ ପୀଡ଼ିତାକୁ ଦେବା ପାଇଁ ରାୟରେ ମଧ୍ୟ ଉଲେଖ କରାଯାଇଅଛି l ଏଥି ସହିତ କ୍ଷତିପୁରଣ ବାବଦରେ ପୀଡିତା ନାମରେ ଏକ ରାଷ୍ଟ୍ରୟତ ବ୍ୟାଙ୍କରେ ତିନି ଲକ୍ଷ ଟଙ୍କା ପାଞ୍ଚ ବର୍ଷ ପାଇଁ ଜମା କରିବା କୁ ଜିଲ୍ଲା ଆଇନ ସହୟତା କର୍ତ୍ତୃପକ୍ଷ ଙ୍କୁ ଅଦାଲତ ପକ୍ଷରୁ ନିର୍ଦେଶ ଦିଆଯାଇଅଛି l ମାମଲାର ବିବରାଣୀ ରୁ ପ୍ରକାଶ ଯେ ପୀଡିତା ନିଜ ଗ୍ରାମ ନକଟସ୍ଥ ଏକ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବା ପାଇଁ ଯାଇଥିବା ସମୟରେ ଅଭିଯୁକ୍ତ ରାଉତା ପୂର୍ତ୍ତି ତାକୁ ଏକୁଟିଆ ଦେଖି 8-11-2022 ଏବଂ 9-1-2023 ରେ ତା ସହିତ ପୀଡିତା ର ଅନିଚ୍ଛା ସତ୍ୱେ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲା l ଏଥି ସହିତ ଏ କଥା କାହାରି ଆଗରେ ପ୍ରକାଶ ନକରିବାକୁ ଧମକ ମଧ୍ୟ ଦେଇଥିଲା l ଏ ବାବଦରେ ପୀଡିତା ଙ୍କ ପରିବାର ପକ୍ଷରୁ ଶରତ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ l ଅଭିଯୋଗ ମୁତାବକ ଶରତ ଥାନାରେ କେସ ନମ୍ବର 4/24-1-2023 ରେ ଏକ ଦୁଷ୍କର୍ମ ମାମଲା ରୁଜୁ କରିବା ସହ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଆଜି ମାନ୍ୟବର ଅଦଲତ ପକ୍ଷରୁ ସମସ୍ତ 10 ଜଣ ଜଣ ସାକ୍ଷୀ ଏବଂ ଆବଶ୍ୟକୀୟ ପ୍ରମାଣପତ୍ର କୁ ଭିତ୍ତି କରି ଚୂଡାନ୍ତ ରାୟ ପ୍ରକାଶ ପାଇଅଛି l ଉକ୍ତ କେସକୁ ସରକାରଙ୍କ ପକ୍ଷରୁ ଆଇନଜୀବୀ ମନୋରନଞ୍ଜ ପଟ୍ଟନାଏକ ପରିଚାଳନା କରିଥିଲେ l

