କଟକ : ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ, କଟକ ଏବଂ ଶୈଳବାଳା ସ୍ୱୟଂ ଶାସିତ ମହିଳା ମହାବିଦ୍ୟାଳୟ, କଟକର ମିଳିତ ଆନୁକୁଲ୍ୟରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଜୀବନ ବଲ୍ଲଭ ଜେନା ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ।
ଏନ.ଏସ.ଏସ. କାର୍ଯ୍ୟକ୍ରମ ଅଧିକାରିଣୀ ଡକ୍ଟର ଯୋଗମାୟା ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ। ଅତିଥି ଭାବରେ ସାଇବର ଇନିସପେକ୍ଟର ଅବନ୍ତିମଣୀ ନାୟକ ସାଇବର ଆଇନ୍ ଉପରେ ଏକ ଭିଡିଓ ଉପସ୍ଥାପନା କରିଥିଲେ। ଆଇନଜୀବୀ ବିଜୟ କୁମାର ପଣ୍ଡା ଅନ୍ୟତମ ଅତିଥି ଭାବରେ ଯୋଗ ଦେଇ ଯୌନ ଅପରାଧରୁ ଶିଶୁମାନଙ୍କ ସୁରକ୍ଷା ଆଇନ୍ (POCSO Act) ଏବଂ ଆଇନ୍ ସେବା ପ୍ରାଧୀକରଣ ଆଇନ୍ ୧୯୮୭ ଉପରେ ଆଲୋଚନା କରି ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ।
ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ, କଟକର ସଚିବ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ଜେନା ପୀଡିତ କ୍ଷତିପୂରଣ ଆଇନ୍ ଉପରେ ଆଲୋଚନା କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ୨୦୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। କଲେଜର ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକାମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ତଥା ଏନ.ଏସ.ଏସ. ମେମ୍ବର ଡକ୍ଟର ସାଗରିକା ସାହୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।

