ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ନିର୍ମାଣ ହେଉଛି।

