Screenshot 2025 09 13 095007

ଷ୍ଟିୟରିଂ ଛାଡ଼ିଲେ ‘ଆମ ବସ୍‌’ ଡ୍ରାଇଭର, ନିୟମିତ ମିଳୁନି ଦରମା

ରାଜ୍ୟ

ଭୁବନେଶ୍ୱର: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍‌। ଓଭର ଡ୍ୟୁଟି ଚାପ, ESI ସମସ୍ୟା, ସାପ୍ତାହିକ ଛୁଟି ମିଳୁନଥିବା ଅଭିଯୋଗ।

ଠିକ ସମୟରେ ଦରମା ନମିଳିବା ପ୍ରତିବାଦରେ ଏକାଠି ଷ୍ଟିଅରିଂ ଛାଡିଲେ ଆମ ବସ କର୍ମଚାରୀ । ଆଜି ପୋଖରୀପୁଟ୍ ଡିପୋର ୪୩ ଟି ବସ ବନ୍ଦ ପଡିଛି। କୌଣସି ସାମାଜିକ ସୁରକ୍ଷା ବିନା ଏହି ଆମ ବସ ଚାଳକମାନେ ଗାଡ଼ି ଚଳାଉଛନ୍ତି। ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି ଆମ ବସ୍ ଡ୍ରାଇଭର। ପ୍ରତିମାସ ୧୦ ତାରିଖ ମଧ୍ୟରେ ଦରମା ମିଳିବା କଥା। କିନ୍ତୁ ଗତମାସ ୧୧ ତାରିଖରେ ଦରମା ମିଳିଥିବା ବେଳେ ଏ ମାସରେ ଏପର୍ଯ୍ୟନ୍ତ ଦରମା ମିଳିନାହିଁ।

ତିନିଦିନ ହେବ ଚକା ଟ୍ରାନ୍ସପୋର୍ଟ ପକ୍ଷରୁ ଭୁତାଉଛନ୍ତି କିନ୍ତୁ ଆକାଉଣ୍ଟକୁ ଟଙ୍କା ଆସୁନି। ଏମିତିକି ରେଷ୍ଟ ରୁମ ନାହିଁ, ଓଭର ଡ୍ୟୁଟିର ଚାପ ରହୁଛି, ୪ ଦିନ ସାପ୍ତାହିକ ଛୁଟି ମିଳୁନାହିଁ, ଇଏସଆଇ ମିଳୁନାହିଁ, କ୍ରୁଟ୍ ଦେଉଥିବା ଦରମା ମଧ୍ୟ ପାଉନଥିବା ଅଭିଯୋଗ କରିଛନ୍ତି କର୍ମଚାରୀ । ତେବେ କ୍ରୁଟ୍ ଚକ୍ରା ଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦେଇ ଥାର୍ଡ ପାର୍ଟି ଅଧୀନରେ ଡ୍ରାଇଭର ନିଯୁକ୍ତି କରିଥିବା ବେଳେ ଡ୍ରାଇଭରଙ୍କ ସାମାଜିକ ସୁରକ୍ଷା ବାବଦରେ କିଏ ଚିନ୍ତା କରିବ ବୋଲି ପ୍ରଶ୍ନ ଉଠାଇଥନ୍ତି ଏମାନେ।

Shrutilipi ad