Mamata abvp 1068x601

ଏବିଭିପିର ମମତାଙ୍କ କୁଶପୁତ୍ତଳିକା ଦାହ

ରାଜ୍ୟ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର ଦୃଢ଼ ପ୍ରତିବାଦ କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)। ଏବିଭିପିର ଭୁବନେଶ୍ୱର ଶାଖା ତରଫରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ସଂଗଠନ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗରେ ନାରୀ ଅସୁରକ୍ଷିତ। ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣବଳାତ୍କାର ହେବା ପରେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି। ଘଟଣାକୁ ଚପେଇ ଦେବା ପାଇଁ ଯେଉଁ ଷଡଯନ୍ତ୍ର କରୁଛନ୍ତି ଏହା ବିରୋଧରେ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।

Shrutilipi ad