0033

ମହିଳାଙ୍କୁ ଧମକାଇ ଲୁଟିନେଲେ ସୁନାଗହଣା

ରାଜ୍ୟ

ସୋର : ବାଲେଶ୍ଵର ଜିଲ୍ଲା ସୋର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନୀ ଭଳି ଅପରାଧିକ ଘଟଣାମାନ ବୃଦ୍ଧି ପାଇବାରେ ଲାଗିଛି। ଆଜି ଅନନ୍ତପୁର ପଞ୍ଚାୟତ ବେଲପୁରବସ୍ତିରେ ସେକ ଏଲାଉଦ୍ଦିନ ଘରେ ନ ଥିବାବେଳେ କିଛି ଡକାୟତ ତାଙ୍କ ଘରେ ପଶି ତାଙ୍କ ପତ୍ନୀ ଆମିନା ବିବିଙ୍କୁ ଭୁଜାଲି ​‌ଦେଖାଇ ଆକ୍ରମଣ କରିଥିଲେ। ଏବଂ ତାଙ୍କଠାରୁ ୩ଟି ସୁନାହାର, କାନଫୁଲ, କିଛି ରୂପା ଗହଣା ଏବଂ ନଗଦ ୬୫ ହଜାର ଟଙ୍କା ଲୁଟ କରି ଫେରାର ହୋଇଯାଇଛନ୍ତି। ଏପରିକି ଆମିନାଙ୍କ ଛୋଟ ଝିଅକୁ ମଧ୍ୟ ଭୁଜାଲି ଦେଖାଇ ଭୟଭୀତ କରିଛନ୍ତି। ଖବର ପାଇ ସୋର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Shrutilipi ad