Sea 1

ରାତି ୧୨ଟା ସୁଦ୍ଧା ସରିବ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା: ଆଇଏମ୍‌ଡି

ରାଜ୍ୟ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି। ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହେବ ବୋଲି ଅନୁମାନ କରାଯାଉଛି। ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

Shrutilipi ad