Scb

ଏସସିବିରେ ଆଇସିୟୁରେ ଯୁବତୀଙ୍କୁ ଅସଦାଚରଣ !

ରାଜ୍ୟ

କଟକ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଗତ ରବିବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଆଇସିୟୁରେ ଥିବା ସମୟରେ ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ଆଇସିୟୁରେ ପଶି ତାଙ୍କୁ ଅସଦାଚରଣ କରିଥିଲେ। ଅନ୍ୟପଟେ ଏଭଳି ଅଭିଯୋଗ ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାଜ୍ୟର ସବୁଠୁ ବଡ଼ ଡାକ୍ତରଖାନାରେ ରୋଗୀ କେତେ ସୁରକ୍ଷିତ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Shrutilipi ad