ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି।

