ବାରିପଦା : ଆଜି ମୟୂରଭଞ୍ଜ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ଶ୍ରୀ ଶିଶିର କୁମାର ମୁଣ୍ଡୁୟା (ଓ. ଆଇ. ଏସ.-୨) ବାରିପଦା ସଦର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ତାଙ୍କ କାର୍ଯ୍ୟରେ ଯୋଗଦାନ କରିଛନ୍ତି।
ଆଜି ଶ୍ରୀ ମୁଣ୍ଡୁୟା ତା’ଙ୍କ କାର୍ଯ୍ୟରେ ଯୋଗଦାନ କରିବା ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,ମୟୂରଭଞ୍ଜ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀବୃନ୍ଦ ତା’ଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

