ଆଗରପଡ଼ା: ୪ର୍ଥ ବାର୍ଷିକ ଆଗରପଡ଼ା ଯୁବ ମହୋତ୍ସବ ଗୁରୁବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଯାଇଛି । କମିଟି ସଭାପତି ଇଂ ଅମୀୟ ରଞ୍ଜନ ରାମଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରବିନାରାୟଣ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ମହାନ୍ତି, ଶିକ୍ଷାବିତ ଚିତରଞ୍ଜନ ସାମନ୍ତରାୟ, ମାନବାଧିକାର ସୂଚନା କମିଶନ ରାଜ୍ୟ ସମ୍ପାଦକ ନିରୋଜ ଆଇଚ,ଜିଲ୍ଲା ଶିକ୍ଷକ ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ଡ. କାର୍ତ୍ତିକେଶ୍ୱର ରାଉଳ, ମହତାବ ମଣ୍ଡଳ ବିଜେପି ସଭାପତି ଅମୂଲ୍ୟରତ୍ନ ନନ୍ଦ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । କମିଟି ସମ୍ପାଦକ ସାମ୍ବାଦିକ ପ୍ରଦ୍ୟୁମ୍ନ ପୁହାଣ ସଂପାଦକୀୟ ବିବରଣୀ ପାଠ କରିଥିଲେ । ଉପଦେଷ୍ଟା ପ୍ରଫୁଲ୍ଲ ବିଶ୍ୱାଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂଗଠନ ସମ୍ପାଦକ ଚିନ୍ମୟ ସିଂହ ମଂଚ ଆହ୍ୱାନ ଓ ସାମ୍ବାଦିକ ଜିତେନ୍ଦ୍ର ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ ।

