Odisha cm mohan charan majhi to join ‘ekta marathon in balasore on november 13 to mark sardar patels 150th birth anniversary 750x375 1

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସାମିଲ ହେଲା OAS, ORS

ରାଜ୍ୟ

ଭୁବନେଶ୍ୱର: ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ବାହାରିବା ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଆଶାୟୀ। ଯାହାକୁ ନେଇ ବଡ଼ ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏବେ OPSC ରେ ସାମିଲ ହୋଇଛି OAS, ORS। ୧୪ OAS ଓ ୧୧୩ଟି ORS ପଦବୀକୁ ସାମିଲ କରି ସାନି ବିଜ୍ଞପ୍ତି ଜାରି ହୋଇଛି। ଯେଉଁଥିରେ ଓଡ଼ିଶା ପରିବହନ ସେବା (OTS)ରେ ୧୬ଟି ପଦବୀ ଏବଂ ଓଡିଶା ମଙ୍ଗଳ ସେବା (OWS)ରେ ୮ଟି ପଦବୀ ସାମିଲ୍‌ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପୂରଣ ପାଇଁ କୁହାଯାଇଛି।

ତେବେ ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ ଓଏଏସ୍, ଓଆର୍‌ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ଫଳରେ ଓଡିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS) ରେ ୧୧୩ଟି, ଓଡିଶା ପରିବହନ ସେବା (OTS) ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS) ରେ ୮ଟି ପଦବୀ ପୂରଣ ପାଇଁ ଓଡିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି। ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବି‌ଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗ ଗୁଡିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Shrutilipi ad